ଆଜିଠୁ ରାଜ୍ୟରେ ପୁଣି ବର୍ଷା
ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା । ୪ରୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ଏପରି ସ୍ଥିତି । ଏନେଇ ଭୁବନେଶ୍ୱର ଆଞ୍ଚଳି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା । ୪ରୁ ୫ ଦିନ ପର୍ଯ୍ୟନ୍ତ ଲାଗି ରହିବ ଏପରି ସ୍ଥିତି । ଏନେଇ ଭୁବନେଶ୍ୱର ଆଞ୍ଚଳି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।
ତେବେ କାଲିଠୁ ୭ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ । ୮ ଏବଂ ୯ ତାରିଖରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ପରେ ୯ରୁ ୧୫ତାରିଖ ମଧ୍ୟରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ସମ୍ଭାବ୍ୟ ଲଘୁଚାପ ଦୁଇଟି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରି ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ମହାନଦୀର ଉଭୟ ଉପର ଏବଂ ତଳ ମୁଣ୍ଡରେ ପ୍ରବଳ ବର୍ଷା ହେବ ।












Click it and Unblock the Notifications