କମିବ ତାତି, କାଲି କିଛି ଜିଲ୍ଲାରେ ବର୍ଷା !

ତାତିରୁ ମିଳିବ ତ୍ରାହି । ମଙ୍ଗଳବାରଠୁ ରାଜ୍ୟରେ ତାତି କମ ରହିବ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା କମ ରହିବ । ତେବେ ୭ ଓ ୮ ତାରିଖରେ ଅଦିନିଆ ବର୍ଷା ହେବାର ସମ୍ଭାବନା ରହିଛି ।

heat wave

ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ମଙ୍ଗଳବାରଠୁ ରାଜ୍ୟରେ ତାତି କମ ରହିବ । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା କମ ରହିବ । ତେବେ ୭ ଓ ୮ ତାରିଖରେ ଅଦିନିଆ ବର୍ଷା ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ।

ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି ଓ ୮ ତାରିଖରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଦୁଇ ଦିନ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇପାରେ । ତେବେ ୭ ତାରିଖ ବେଳକୁ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼ରେ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଓ ବୁଧବାର ପାଖାପାଖି ୧ ଡିଗ୍ରୀ ସେଲସିୟସ ତାତି କମିବ । ହେଲେ ରବିବାର ଭଳି ସୋମବାର ମଧ୍ୟ ରାଜ୍ୟରେ ତାତି ଜାରି ରହିବ । ଆଉ ୧୧ ପରେ ପୁଣି ତାତି ବଢ଼ିବ ।

ଶନିବାର ଭଳି ରବିବାର ମଧ୍ୟ ରାଜ୍ୟରେ ୮ଟି ସହରର ତାପମାତ୍ରା ୩୮ ଡିଗ୍ରୀ ସେଲସିୟସ୍‌ ଉପରେ ରହିଥିଲା ।
୩୮ ଦଶମିକ ୮ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ହୋଇଥିଲା ତାଳଚେର । ଏହା ପରେ ରହିଥିଲା ରାଜଧାନୀ ଭୁବନେଶ୍ୱର । ରାଜଧାନୀର ଦିନର ସର୍ବୋଚ୍ଚ ତାପମାତ୍ରା ୩୮ ଦଶମିକ ୪ ଡିଗ୍ରୀ ରେକର୍ଡ କରାଯାଇଛି । ଅନୁଗୁଳରେ ୩୮ ଦଶମିକ ୧, ଝାରସୁଗୁଡ଼ା ଓ ଭଦ୍ରକରେ ୩୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଏବେ ରାଜ୍ୟରେ ପାଗ ଶୁଖିଲା ଓ ଖରାଟିଆ ରହୁଥିବା ବେଳେ ବାୟୁମଣ୍ଡଳର ଆଦ୍ରତା କମ୍ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+