କାଲିଠୁ ପ୍ରବଳ ବର୍ଷା: ୧୦ ତାରିଖ ଯାଏଁ ଲାଗି ରହିବ
ଆସନ୍ତାକାଲିଠୁ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା । କାରଣ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ ।
ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ଲାଗି ରହିବ ପ୍ରବଳ ବର୍ଷା । କାରଣ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ । ଏହାର ପ୍ରଭାବରେ କାଲିଠୁ ଆରମ୍ଭ ହେବ ଅବିଶ୍ରାନ୍ତ ବର୍ଷା । ଏଥିପାଇଁ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୮, ୯ ଓ ୧୦ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପୁରୀ, ଗଂଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ୮ ତାରିଖରେ ୯ଟି ଜିଲ୍ଲା ଓ ୯ ତାରିଖରେ ୧୬ଟି ଜିଳ୍ଲାକୁ ସତର୍କ ଜାରି ହୋଇଛି । ସେପଟେ ଲଘୁଚାପ କ୍ଷେତ୍ର ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହେବା ପରେ ତାହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଛତିଶଗଡ଼ ଆଡକୁ ମୁହାଁଇବ । ଫଳରେ ଛତିଶଗଡ଼ ଉପରମୁଣ୍ଡ ସମେତ ତଳମୁଣ୍ଡରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଲଘୁଚାପ କ୍ଷେତ୍ର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବା ପରେ ତାହା ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଛତିଶଗଡ ଆଡକୁ ମୁହାଁଇବ । ଫଳରେ ଛତିଶଗଡ଼ର ଉପରମୁଣ୍ଡ ସମେତ ତଳମୁଣ୍ଡରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ରୂପ ନେବାର ଅଧିକ ସମ୍ଭାବନା ରହିଛି । ୯ ରୁ ୧୫ ତାରିଖ ମଧ୍ୟରେ ପୁଣି ଏକ ଲଘୁଚାପ ସମ୍ଭାବନା ଥିବାରୁ ଲଗାତାର ଦୁଇ ସପ୍ତାହ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।












Click it and Unblock the Notifications