ଆହୁରି ତିନି ଦିନ ଅବିଶ୍ରାନ୍ତ ବର୍ଷିବ: ୨ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ସୋମବାର ସୁଦ୍ଧା ଓଡିଶାର କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଅତି ପ୍ରବଳରୁ ପ୍ରବଳତର ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାକୁ ‘ରେଡ୍‌’ (ନାଲି) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଏକ ଗଭୀର ଅବପାତରେ ପରିଣତ ହୋଇ ଓଡ଼ିଶା ଏବଂ ଛତିଶଗଡ଼ର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

Weather Report

ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୮ ତାରିଖ ସୋମବାର ସୁଦ୍ଧା ଓଡିଶାର କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଅତି ପ୍ରବଳରୁ ପ୍ରବଳତର ବର୍ଷାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଂଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ 'ଅରେଞ୍ଜ' (କମଳା) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ତଳିଆ ଅଞ୍ଚଳରୁ ବର୍ଷାଜଳ ନିଷ୍କାସନ ପାଇଁ ଚାଷୀମାନେ ଆବଶ୍ୟକ ବ୍ୟବସ୍ଥା କରିବାକୁ ସୂଚନା ଜାରି କରାଯାଇଛି। ଆଜିଠୁ ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ମାଛ ମାରିବା ନିମନ୍ତେ ଯିବାକୁ ମନା କରାଯାଇଛି। ଅତିପ୍ରବଳ ବର୍ଷା ପ୍ରଭାବରେ ପାହାଡ଼ିଆ ଅଞ୍ଚଳରେ ଭୂ-ସ୍ଖଳନ ସମ୍ଭାବନା ରହିଛି। ତଳିଆ ଅଞ୍ଚଳ, ଅଣ୍ଡରପାସ୍ ରୋଡରେ ଜଳବନ୍ଦୀ ଅବସ୍ଥା ହେବା ଆଶଙ୍କା ରହିଛି। ପ୍ରବଳ ବର୍ଷା ଯୋଗୁଁ କଚ୍ଚା ରାସ୍ତା ଓ କଚ୍ଚାଘର ପ୍ରଭାବିତ ହେବା ସମ୍ଭାବନା ଅଛି ।

ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, କଟକ, ଜଗତସିଂହପୁର ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ 'ୟେଲୋ' (ହଳଦିଆ) ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଗତକାଲି (ଶନିବାର) ଲଗାଣ ବର୍ଷା ଯୋଗୁଁ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସ୍ଥିତି ଦେଖାଦେଇଥିଲା । ରାଜଧାନୀର ଅନେକ ଜନଗହଳି ଅଞ୍ଚଳ ଜଳବନ୍ଦୀ ହୋଇ ରହିଥିଲା । ଖୋର୍ଦ୍ଧା ଜଟଣୀ ଅଣ୍ଡରପାସରେ 5 ଫୁଟ ଉପରେ ପାଣି ପ୍ରବାହିତ ଯୋଗୁଁ ବୁଡ଼ିଯାଇଥିଲା ମୋ ବସ୍ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+