ଆଜି ଘୂର୍ଣ୍ଣିବଳୟ, ଆସନ୍ତାକାଲି ନେଇପାରେ ଲଘୁଚାପର ରୂପ
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଉ ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ।
ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଉ ଏହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବୁଧବାର ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ୍ରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି । ସେହିପରି ୮ ତାରିଖରେ ୯ଟି ଜିଲ୍ଲା ଓ ୯ ତାରିଖରେ ୧୬ଟି ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ତେବେ ୧୦ ତାରିଖରେ ବର୍ଷାର ପରିମାଣ ଉପକୂଳ ଓଡିଶାରେ କମିବ ଓ ପଶ୍ଚିମ ଓଡିଶାରେ ବଢ଼ିବାର ସମ୍ଭାବନା ରହିଛି ।
ଅନ୍ୟପକ୍ଷରେ ଗୋଟିଏ ପଟେ ଲଘୁଚାପ ଦାନା ବାନ୍ଧୁଥିବା ବେଳେ ସ୍ୱାଭାବିକ ଅବସ୍ଥାକୁ ଫେରୁଛି ମୌସୁମୀ ନିମ୍ନ ଚାପରେଖା । ଏବେ ରାଜସ୍ଥାନର ଗଙ୍ଗାନଗରରୁ ବାହାରି ହିସାର, ଗୋରଖପୁର, ପାଟନା, ଜାମସେଦପୁର, ଦିଘା ଦେଇ ପୂର୍ବ-ପକ୍ଷିଣ-ପୂର୍ବ ଦିଗରେ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଫଳରେ ବର୍ଷା ପାଇଁ ପାଗ ଅନୁକୁଳ ହୋଇଛି ।












Click it and Unblock the Notifications