ପ୍ରବଳ ବର୍ଷା ପାଇଁ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ
ସାରା ରାଜ୍ୟରେ ଲଘୁଚାପ ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା । ଆଜି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା । ଆଜି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଗଜପତି, ନୟାଗଡ, ଗଞ୍ଜାମ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡା ,ଜଗତସିଂହପୁର ପୁରୀକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି।

ଆସନ୍ତା ୫ଦିନ ଯାଏ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କାଲି ଓ ୧୧ ତାରିଖରେ ଲଘୁଚାପର ସର୍ବାଧିକ ପ୍ରଭାବ ରହିବ । ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓ ପାର୍ଶ୍ୱବର୍ତ୍ତୀ ୧୦ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ସୂଚନାଯୋଗ୍ୟ, ସକ୍ରିୟ ଘୂର୍ଣ୍ଣିବଳୟ ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ରୂପ ନେଇଛି। ଏହା ଆହୁରି ଘନୀଭୂତ ହୋଇ ପରବର୍ତ୍ତୀ ୩୬ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇପାରେ । ପଶ୍ଚିମ କେନ୍ଦ୍ରୀୟ ଏବଂ ଏହାର ନିକଟବର୍ତ୍ତୀ ଉତ୍ତର- ପଶ୍ଚିମ ବଙ୍ଗୋପସାଗରରୁ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ମୁଁହାଇ ସ୍ଥଳଭାଗ ଛୁଇଁପାରେ।












Click it and Unblock the Notifications