ଆସନ୍ତାକାଲି ୯ ଜିଲ୍ଲାରେ ଛେଚିବ କୁଆପଥର ବର୍ଷା !

ଆସନ୍ତାକାଲି ସର୍ବାଧିକ ପ୍ରଭାବ ଦେଖାଇବ ଏହି ପଶ୍ଚିମା ଝଡ଼ । ଏଥି ସହିତ ଆସନ୍ତାକାଲି ୯ ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Odisha Weather Report

ଭୁବନେଶ୍ୱର: ଗତ ଦୁଇଦିନ ଧରି ସାରା ରାଜ୍ୟରେ ପାଗ ମେଘୁଆ ରହିବା ସହ ଦକ୍ଷିଣ ଓଡି଼ଶାର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି । ଆସନ୍ତାକାଲି ସର୍ବାଧିକ ପ୍ରଭାବ ଦେଖାଇବ ଏହି ପଶ୍ଚିମା ଝଡ଼ । ଏଥି ସହିତ ଆସନ୍ତାକାଲି ୯ ଜିଲ୍ଲାରେ କୁଆପଥର ବର୍ଷାର ସମ୍ଭାବନା ଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ତେବେ ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିଭଳି ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଘଣ୍ଟାକୁ ପବନର ବେଗ ୪୦ ରୁ ୫୦କିମି ହେବା ନେଇ ସମ୍ଭାବନା ରହିଛି ।

ସେହିପରି ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ୩୦ ଯାଏ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିପରି ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୦ ତାରିଖରେ କାଳବୈଶାଖୀ ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+