ତାତିରେ ଫୁଟୁଛି ଓଡିଶା, ୪୦ ଡିଗ୍ରୀ ଉପରେ ୮ ସହର
୪୦ ଡିଗ୍ରୀ ଉପରେ ରାଜ୍ୟର ୮ ସହର । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି ବଢ଼ିବ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ଜଳୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଅଥୟ କରୁଛି ତାତି । ୪୦ ଡିଗ୍ରୀ ଉପରେ ରାଜ୍ୟର ୮ ସହର । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି ବଢ଼ିବ ବୋଲି ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଓ କାଲି ପ୍ରବଳ ଖରା ପାଇଁ ୭ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ବଢ଼ିବା ସମ୍ଭାବନା ରହିଛି ।

ଟିଟିଲାଗଡ଼ ତତଲାଗଡ଼ରେ ପରିଣତ ହୋଇଛି। ବଲାଙ୍ଗୀର, ସମ୍ବଲପୁର, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା ପରି ପଶ୍ଚିମ ଓଡ଼ିଶାର ପ୍ରତିଟି ସହରରେ ତାପମାତ୍ରା ଶୀର୍ଷ ଛୁଇଁଛି। ଏସ୍ଆରସିଙ୍କ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, କଳାହାଣ୍ଡି, ସମ୍ବଲପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ତାପମାତ୍ରା ୪୨ ଡିଗ୍ରି ଉପରେ ରହିବ।
ତେବେ ଗତ ୨୪ ଘଣ୍ଟାରେ ଟିଟିଲାଗଡ଼ରେ ସର୍ବାଧିକ ୪୨.୭ ଡିଗ୍ରୀ, ବଲାଙ୍ଗୀରରେ ୪୨.୫ ଡିଗ୍ରୀ, ସୋନପୁରରେ ୪୧.୯ ଡିଗ୍ରୀ, ଝାରସୁଗୁଡ଼ା୪୧.୨ ଡିଗ୍ରୀ ତାପାମାତ୍ରା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ୱରରେ ୩୪.୮ ଡିଗ୍ରୀ ଓ କଟକରେ ୩୮.୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।












Click it and Unblock the Notifications