ଆସନ୍ତା ୨ ଦିନ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ୨ ଦିନ ଧରି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଭୁବନେଶ୍ୱର: ଆସନ୍ତା ୨ ଦିନ ଯାଏଁ ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କଲା ପାଣିପାଗ ବିଭାଗ । ୨ ଦିନ ଧରି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ରୁ ୫୦ କିମି ପବନ ବହିବା ମଧ୍ୟ ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ରାଜ୍ୟର ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର, ଗଜପତି, ଗଞ୍ଜାମ ଓ କନ୍ଧମାଳ । ସେହିପରି ୨୧ ତାରିଖ ପାଇଁ ରାଜ୍ୟର ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ।
ସେପଟେ ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ଏବଂ କଟକ ସମେତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିଲା । ସେହିପରି କୋରାପୁଟରେ ୧୦୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।












Click it and Unblock the Notifications