ଆଉ ୨ ଦିନ ପ୍ରବଳ ବର୍ଷିବ
ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଭୁବନେଶ୍ୱର: ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଆଜି ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ଏହି ୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛନ୍ତି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨ ଦିନ ରାଜ୍ୟକୁ ଭିଜାଇବ ଆଉ ୨ଟି ଲଘୁଚାପ । ୨୦ ତାରିଖ ଯାଏଁ ଉପକୂଳ ଓ ଉତ୍ତର ଓଡ଼ିଶାରେ ଲଗାଣ ବର୍ଷା ସମ୍ଭାବନା ରହିଛି । ସକ୍ରିୟ ଲଘୁଚାପ ଉତ୍ତର ତେଲଙ୍ଗାନା ଓ ଏହାର ଆଖପାଖରେ ରହିଛି । ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି । ଏହାର ପ୍ରଭାବରେ ବଙ୍ଗୋପସାଗରରୁ ଓଡ଼ିଶାକୁ ପୂର୍ବା ପବନ ବହୁଛି ।












Click it and Unblock the Notifications