ଆଜିଠୁ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ଆଲର୍ଟ

ଶନିବାର ଦିନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ ।

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ବର୍ଷା ବଢ଼ିବ। ଶନିବାର ଦିନ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆଜି ଓଡ଼ିଶା ଉପକୂଳ ଛୁଇଁବ। ଏହା ପ୍ରଭାବରେ ଆଜି ଉତ୍ତର ଓଡ଼ିଶା ଓ ଆସନ୍ତାକାଲି ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଅଞ୍ଚଳଗୁଡ଼ିକରେ ବର୍ଷା ହେବ । ୧୯ରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

odisha weather update

ଆସନ୍ତା ୨୦ ତାରିଖ ସକାଳ ୮ଟା ୩୦ ଯାଏଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, ସମ୍ବଲପୁର, ନୂଆପଡା, ବଲାଙ୍ଗିର, ସୋନପୁର ଜିଲ୍ଲାକୁ ଆଲର୍ଟ କରାଯାଇଛି । ସେହିଭଳି ୨୧ ତାରିଖ ସକାଳ ଯାଏଁ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ଆଲର୍ଟ । ସେହପରି କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବରଗଡ଼, ନୂଆପଡ଼ା ବଲାଙ୍ଗିରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ର ଲହୁଣୀପଡ଼ାରେ ସର୍ବାଧିକ ୭୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ୨୧ରୁ ୨୪ ତାରିଖ ମଧ୍ୟରେ ଆସ୍ତେ ଆସ୍ତେ ବର୍ଷାର ପରିମାଣ କମିବ । ସ୍ୱାଭାବିକ ବର୍ଷା ଠାରୁ ୧୨ ପ୍ରତିଶତ କମ୍ ବର୍ଷା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+