ଏପଟେ ବନ୍ୟା, ସେପଟେ ଲଘୁଚାପ: ଆସନ୍ତାକାଲିଠୁ ପୁଣି ବର୍ଷିବ
ଜଳବନ୍ଦୀ ରାଜ୍ୟବାସୀ । ସେପଟେ ଆକାଶରେ ଡାକ ମାରିଲାଣି ଆଉ ଏକ ଲଘୁଚାପ । ଆସନ୍ତା ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ଜଳବନ୍ଦୀ ରାଜ୍ୟବାସୀ । ସେପଟେ ଆକାଶରେ ଡାକ ମାରିଲାଣି ଆଉ ଏକ ଲଘୁଚାପ । ଆସନ୍ତା ୧୯ ତାରିଖ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ମଧ୍ୟାହ୍ନରୁ ଆରମ୍ଭ ହୋଇଯିବ ବର୍ଷା ।

ପ୍ରବଳ ବର୍ଷିବ । ଏଥିପାଇଁ ୨୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଓ ୧୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂରେ ଥିବା ଜିଲ୍ଲାମାନେ ହେଲେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କାନ୍ଦ୍ରାପଡ଼ା, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ଜିଲ୍ଲାଗୁଡିକ ହେଉଛି ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଢେଙ୍କାନାଳ, ଅନଗୁଳ, ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, ସୋନପୁର, କଳାହାଣ୍ଡି ।
ଲଘୁଚାପ ଜନିତ ବର୍ଷା ପ୍ରଭାବରେ ୧୯ ଓ ୨୦ ତାରିଖରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବୋହିପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଜଳମଗ୍ନ ହେବ। ଭୂସ୍ଖଳନ ହେବାର ସମ୍ଭାବନା ରହିଛି।












Click it and Unblock the Notifications