ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ପ୍ରଭାବରେ ଆସନ୍ତା ୧୬ରୁ ବର୍ଷିବ !

ବଙ୍ଗୋପସାଗରେ ସୃଷ୍ଟି ହେଉଛି ଏକ ଘୂର୍ଣ୍ଣିବଳୟ। ଏହା ଧୀରେ ଧୀରେ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ୧୫ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏନେଇ ସୂଚନା ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଦୁର୍ବଳ ମୌସୁମୀ ପାଇଁ ରାଜ୍ୟରେ ନିଅଣ୍ଟିଆ ବର୍ଷାର ପରିମାଣ ମଧ୍ୟ ବୃଦ୍ଧି ପାଇଛି। ମାତ୍ରା ଅଗଷ୍ଟ ୧୫ ପରେ ଏହି ସମସ୍ୟାର ସମାଧାନ ହୋଇଯିବ । କାରଣ ବଙ୍ଗୋପସାଗରେ ସୃଷ୍ଟି ହେଉଛି ଏକ ଘୂର୍ଣ୍ଣିବଳୟ। ଏହା ଧୀରେ ଧୀରେ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ୧୫ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏନେଇ ସୂଚନା ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

Odisha Weather Report

ଅନ୍ୟପଟେ ଜୁନ୍ ୧ ତାରିଖରୁ ଅଗଷ୍ଟ ୧୨ ତାରିଖ ମଧ୍ୟରେ ରାଜ୍ୟରେ ୭୧୧.୧ ମିଲିମିଟର ବର୍ଷା ହେବା କଥା। କିନ୍ତୁ ରାଜ୍ୟରେ ୪୯୮.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଯାହା ସ୍ୱାଭାବିକ ବର୍ଷା ଠାରୁ ୩୦ ପ୍ରତିଶତ କମ୍ ବର୍ଷା। ରାଜ୍ୟରେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୬ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।

ଯାଜପୁରେ ୫୫ ପ୍ରତିଶତ, ଭଦ୍ରକରେ ୫୦ ପ୍ରତିଶତ, ଗଜପତିରେ ୪୪ ପ୍ରତିଶତ ଏବଂ ବଲାଙ୍ଗିର ଜିଲ୍ଲାରେ ୪୩ ପ୍ରତିଶତ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲ୍ଲାରେ ସ୍ୱାଭାବିକ ଠାରୁ ୪୧ ପ୍ରତିଶତ କମ୍ ବର୍ଷା ରେକର୍ଡ କରାଯାଇଛି। ଓଡ଼ିଶାରେ ଅଗଷ୍ଟ ୧ ତାରିଖରୁ ଆଜି ପର୍ଯ୍ୟନ୍ତ କ୍ରମାଗତ ଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ଏହି ସମୟ ମଧ୍ୟରେ ରାଜ୍ୟରେ ୧୪୮.୮ ମିଲିମିଟର ବର୍ଷା ରେକର୍ଡ ହେବା କଥା। କିନ୍ତୁ ମାତ୍ର ୪୨.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । କେବଳ ଅଗଷ୍ଟ ମାସରେ ସ୍ୱାଭାବିକ ଠାରୁ ୭୧ ପ୍ରତିଶତ କମ୍ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ୫ଟି ଜିଲ୍ଲା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+