ଆସନ୍ତା ୭ ତାରିଖରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ: ୯ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୭ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ଆସନ୍ତା ୭ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୯ ତାରିଖ ଯାଏଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି ।

Odisha Weather Report

ଏହାର ପ୍ରଭାରରେ ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ପୁରୀ, କଟକ, ଖୋର୍ଦ୍ଧା, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଆଦି ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ସେହି ଦିନ କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ସେହିଭଳି ୭ ତାରିଖ ଦିନ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଜଣାପଡ଼ିଛି । ୮ ତାରିଖରେ ଉପକୂଳ ସମେତ ରାଜ୍ୟର ପ୍ରାୟ ସ୍ଥାନରେ ପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିବା ସହ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସେପଟେ ଆଜି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+