ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା: ଆସନ୍ତା ୧୪ ଯାଏଁ କୁଆପଥର ସହ ଆହୁରି ବର୍ଷିବ

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ୧୪ ଯାଏଁ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭଗ।

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ୧୪ ଯାଏଁ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭଗ।

odisha weather report

ଏହି ୧୧ ଜିଲ୍ଲା ମଧ୍ୟରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲା ରହିଛି। ସେହିପରି ଆସନ୍ତାକାଲି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

କୋରାପୁଟରେ କୁଆପଥର ବର୍ଷା । ବୈପାରୀଗୁଡା ବ୍ଲକ ଦଣ୍ଡାବାଡ଼ି ପଞ୍ଚାୟତରେ ପ୍ରବଳ ବର୍ଷା ସହ ପବନ ହୋଇଛି । ଅନେକ ଘରର ଚାଳଛପର ଉଡିଯିବା ସହ ଗଛ ସବୁ ଉପୁଡିପଡ଼ିଛି । ଅନେକ ଗଛ ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି । କୁଆପଥର ବର୍ଷା ଯୋଗୁ ଗଛରେ ବସା ବାନ୍ଧିଥିବା ପକ୍ଷୀମାନଙ୍କର ମୃତ୍ୟୁ ହୋଇଛି ।

ସେପଟେ, ଆଜି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର ଓ ସମ୍ବଲପୁର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ କୁଆପଥର ପଡ଼ିବାର ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+