ଆହୁରୀ ଦୁଇ ଦିନ ବର୍ଷିବ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ହୋଇସାରିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା ଓ କେନ୍ଦ୍ରାପଡା ରହିଛି।

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଉର୍ଦ୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ହୋଇସାରିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ପୁରୀ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡ଼ା ଓ କେନ୍ଦ୍ରାପଡା ରହିଛି। ତେବେ ଆସନ୍ତ 48 ଘଣ୍ଟା ପାଇଁ ଏହି ଜିଲ୍ଲାଗୁଡ଼ିକୁ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ବି ଜାରି କରାଯାଇଛି।

odisha weather report

ସୂଚନାଥାଉ କି, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାବାଦ୍‌ ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଫଳରେ ରାଜ୍ୟର କେତେ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଲଗାଣ ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଇଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର(SRC) କାର୍ଯ୍ୟାଳୟ। ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳମାନଙ୍କୁ ଚିଠି କରିଛନ୍ତି ଏସ୍‌ଆରସି। ଲୋକମାନଙ୍କ ପାଖରେ ଯେମିତି ସତର୍କ ଖବର ପହଞ୍ଚିବ, ସେଥିପାଇଁ ବ୍ୟବସ୍ଥା କରିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। କିଛି ଅଘଟଣ ଘଟିଲେ ତୁରନ୍ତ SRCଙ୍କ ଅଫିସକୁ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+