ଆସନ୍ତା ୨୪ଘଣ୍ଟାରେ ୨୦ ଜିଲ୍ଲାରେ କାଳବୈଖାଖୀ ସମ୍ଭାବନା, ଜାଣନ୍ତୁ, କେଉଁ ଜିଲ୍ଲରେ ହେବ ବର୍ଷା ?

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି ।

Odisha Weather Report

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୦ ତାରିଖ ଅପରାହ୍ନ ମଧ୍ୟରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କେରାପୁଟ ଓ ମାଲକାନଗିରି ପ୍ରଭୃତି ୨୦ଟି ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ଘୂର୍ଣ୍ଣିଝଡ଼ କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଅନ୍ୟପଟେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି । ଯଦି ସ୍ଥିତି ଅପରିବର୍ତ୍ତିତ ରହେ ତେବେ ୨୦- ୨୧ ତାରିଖ ଠାରୁ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ଆରମ୍ଭ ହୋଇଯିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+