ଆହୁରି ୪ ଦିନ ଜାଡ଼, ୧୪ ଜିଲ୍ଲାକୁ ଜାରି ହେଲା ୟୋଲୋ ୱାର୍ଣ୍ଣିଂ

ରାଜ୍ୟରେ ଆହୁରି ବଢିବ ଶୀତ । ଆସନ୍ତା 3ରୁ 4 ଦିନ ମଧ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ଉପାନ୍ତରେ ଅଧିକ ଜାଡ ଅନୁଭୁତ ହେବ ।

ଭୁବନେଶ୍ବର: ରାଜ୍ୟରେ ଆହୁରି ବଢିବ ଶୀତ । ଆସନ୍ତା 3ରୁ 4 ଦିନ ମଧ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ଉପାନ୍ତରେ ଅଧିକ ଜାଡ ଅନୁଭୁତ ହେବ । ଶୀତ ବଢୁଥିବା କାରଣରୁ ସଂନ୍ଧ୍ୟା ପରଠାରୁ ବିନା ଶୀତ ବସ୍ତ୍ରରେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି ।

odisha weather report

ଶୀତର ପ୍ରକୋପ ବୃଦ୍ଧ ନେଇ ପାଣିପାଗ ବିଭାଗ ପକ୍ଷରୁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ସୋନପୁର, ବୌଦ୍ଧ, କନ୍ଧମାଳ, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ଓ ସମ୍ବଲପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳର ଦାରିଙ୍ଗବାଡି ଏବେ ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି ।

ରାଜ୍ୟର ୧୩ଟି ସ୍ଥାନରେ ସର୍ବନିମ୍ନ ରାତ୍ର ତାପମାତ୍ରା ୧୦ ଡିଗ୍ରି ତଳେ ରେକର୍ଡ କରାଯାଇଛି । ଏଣେ ଏବର୍ଷର ସର୍ବନିମ୍ନ ତାପମାତ୍ରା ଦାରିଙ୍ଗବାଡ଼ିରେ ରେକର୍ଡ ହୋଇଛି । ଏଠାରେ ରାତ୍ର ତାପମାତ୍ରା ୪ ଡିଗ୍ରି ସେଲସିଅସ୍ ଥିଲା । ଦାରିଙ୍ଗବାଡ଼ି ସବୁଠୁ ଥଣ୍ଡା ସହର ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+