ଆହୁରି ୪ ଦିନ ପ୍ରବଳ ବର୍ଷା ସମ୍ଭାବନା

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ ଲାଗି ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ବର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ କୋହଲା ପାଗ ଲାଗି ରହିଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

odisha weather report

ସେପଟେ ରାଜ୍ୟକୁ ବର୍ତ୍ତମାନ ପୂର୍ବ ଦିଗରୁ ଜଳୀୟ ବାଷ୍ପପୂର୍ଣ୍ଣ ବାୟୁ ପ୍ରବାହିତ ହେଉଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ରାଜ୍ୟରେ ଏବେ ପାରଦସ୍ତର ଖସିବାର ସମ୍ଭାବନା ନାହିଁ । ୪ ଦିନ ପରେ ବର୍ଷା କମି‌ଲେ, ଶୀତ ପ୍ରବେଶ କରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହାସହ ୨୩ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଆଦି ଅଞ୍ଚଳରେ ବର୍ଷା ହେବ । ୨୪ ତାରିଖ ଦିନ ବିଶେଷ ଭାବେ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ଅଞ୍ଚଳରେ ବର୍ଷିବା ସହ ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ବି‌ଶେଷ ବର୍ଷାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+