ଘନ କୁହୁଡି ଢାଲରେ ସାରା ରାଜ୍ୟ, ୧୧ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆସନ୍ତାକାଲି ସକାଳେ ରାଜ୍ୟର ୧୧ଟି ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକ ଲାଗି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର: ଆସନ୍ତାକାଲି ସକାଳେ ରାଜ୍ୟର ୧୧ଟି ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକ ଲାଗି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମାଲକାନଗିରି ଓ କୋରାପୁଟ । ଆସନ୍ତାକାଲି ସକାଳ ସାଢେ ୮ଟା ସୁଦ୍ଧା ଏହି ଜିଲ୍ଲା ଗୁଡିକର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡି ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

weather report

ରାଜ୍ୟରେ ଗତ ଦୁଇ ହେବ ତାପମାତ୍ରା ସାମନ୍ୟ ବୃଦ୍ଧି ପାଇଥିବା ବେଳେ ହାଡଭଙ୍ଗା ଶୀତରୁ ସାମନ୍ୟ ଆସ୍ୱସ୍ଥି ମିଳିଛି । ମାତ୍ର କୁହୁଡି ପାଇଁ ବଢିଛି ଚିନ୍ତା । ସକାଳୁ ସକାଳୁ ଘରୁ ଗାଡି ଧରି ବାହାରକୁ ବାହାରିଲେ ଲୋକମାନଙ୍କୁ ଡରାଉଛି ଘନ କୁହୁଡି ।

ସେପଟେ ପଶ୍ଚିମ ଦିଗରୁ ଆସୁଥିବା ୱେଷ୍ଟର୍ଣ୍ଣ ଡିଷ୍ଟବାର୍ଣ୍ଣସ୍ ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ । ସୁନ୍ଦରଗଡ, ଝାରସୁଗୁଡା ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+