ଆସନ୍ତାକାଲିଠୁ ଆହୁରି ବଢିବ ଶୀତ, ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
ପ୍ରବଳ ଶୀତ ଲହରୀରେ ଥରିବ ଓଡ଼ିଶା । ମେଘ ମୁକ୍ତ ଆକାଶ ସହ ଓଡ଼ିଶାକୁ ଉତ୍ତର-ପଶ୍ଚିମା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପାଇଁ କମିବ ତାପମାତ୍ରା । ଫଳରେ ଆସନ୍ତାକାଲିଠୁ ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢିବାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ପ୍ରବଳ ଶୀତ ଲହରୀରେ ଥରିବ ଓଡ଼ିଶା । ମେଘ ମୁକ୍ତ ଆକାଶ ସହ ଓଡ଼ିଶାକୁ ଉତ୍ତର-ପଶ୍ଚିମା ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ପାଇଁ କମିବ ତାପମାତ୍ରା । ଫଳରେ ଆସନ୍ତାକାଲିଠୁ ରାଜ୍ୟରେ ଶୀତର ପ୍ରକୋପ ଆହୁରି ବଢିବାର ସମ୍ଭାବନା ରହିଛି । ଉପାନ୍ତରୁ ଉପକୂଳ ସବୁଠି ସ୍ୱାଭାବିକଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ହ୍ରାସ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡିର ମଧ୍ୟ ସମ୍ଭାବନା ରହିଛି । ୨୮ ରୁ ୨୯ ତାରିଖ ସକାଳ ପର୍ଯ୍ୟନ୍ତ ୬ଟି ଜିଲ୍ଲା ଝାରସୁଗୁଡା, ବରଗଡ, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ ଏବଂ କେନ୍ଦୁଝର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ।
ତେବେ ଘନ କୁହୁଡି ହେବାକୁଥିବା ଜିଲ୍ଲାମାନଙ୍କରେ ୨ ଶହ ମିଟରରୁ ୫୦ ମିଟର ପର୍ଯ୍ୟନ୍ତ ଦୃଶ୍ୟମାନ ରହିପାରେ। ଘନ କୁହୁଡି ସମ୍ଭାବନାକୁ ନେଇ ଜଗତସିଂହପୁର,କଟକ, ନୟାଗଡ଼, କନ୍ଧମାଳ, ଗଂଜାମ, ଗଜପତି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications