ଆସୁଛି ଆଉ ଏକ ଲଘୁଚାପ : ୨୮ରୁ ୩ ଦିନ ଯାଏଁ ବର୍ଷା ସମ୍ଭାବନା
ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟରେ ୭ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

୨୮ରେ ଗଜପତି, ଗଞ୍ଜାମ, ପୁରୀ, ରାୟଗଡା ଓ କୋରାପୁଟର କେତେକ ସ୍ଥାନରେ ବିଜୁଶି ଘଡଘଡି ସହ ବର୍ଷା ହୋଇପାରେ । ୨୯ରେ ଗଜପତି, ଗଞ୍ଜାମ, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବ । ସେହିପରି ୩୦ରେ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ସମ୍ଭାବନା ରହିଛି ।












Click it and Unblock the Notifications