କାଲିଠୁ ଦୁଇ ଦିନ ବର୍ଷା ସମ୍ଭାବନା, ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଗୁରୁବାରଠାରୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମାଝଡ ଆଗମନର ଆଶଙ୍କା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ମ-ଜଳୀୟ ବାଷ୍ପର ପ୍ରଭାବରେ ଆସନ୍ତାକାଲି ଓ ୪ ତାରିଖ ଦିନ ରାଜ୍ୟର କିଛି ଜି
ଭୁବନେଶ୍ୱର: ଗୁରୁବାରଠାରୁ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମାଝଡ ଆଗମନର ଆଶଙ୍କା ତଥା ବଙ୍ଗୋପସାଗର ମଧ୍ୟରୁ ରାଜ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ମ-ଜଳୀୟ ବାଷ୍ପର ପ୍ରଭାବରେ ଆସନ୍ତାକାଲି ଓ ୪ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବୃଷ୍ଟିପାତ ସମ୍ଭାବନା ରହିଛି । ଏହି ପଶ୍ଚିମାଝଡ ପ୍ରଭାବରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ଯାହା ଫଳରେ କୃଷି କ୍ଷେତ୍ରରେ ପ୍ରଭାବ ପଡିପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ତରଫରୁ କୁହାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ ଜାରି ବୁଲେଟିଂରୁ ପ୍ରକାଶ, ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ସୋନପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି କିଛି ସ୍ଥାନ ମଧ୍ୟ ବର୍ଷା ହୋଇପାରେ। ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାରେ ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଠିକ୍ ସେହିପରି ୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ସକାଳ ସାଢ଼େ ୮ଟା ଭିତରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।












Click it and Unblock the Notifications