୫ ଦିନ ଯାଏ ଭିଜିବ ସାରା ରାଜ୍ୟ; ୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Weather Report

ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବ । ଏଥିପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ ଏବଂ ଯାଜପୁରକୁ ସତର୍କତା ଜାରି ହୋଇଛି ।

ସେହିପରି ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢ଼େଙ୍କାନାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ପ୍ରଭୃତି ୧୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏତଦ୍‌ବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସେପଟେ ଚଳିତ ବର୍ଷ ମୌସୁମୀ ଅଗ୍ରସର ହେବା ପରେ ବର୍ଷା ସ୍ୱାଭାବିକ ରହିଛି । ୧ ଜୁନରୁ ୧୨ ଜୁନ ମଧ୍ୟରେ ପ୍ରାକ୍ ମୌସୁମୀ ବଦଳରେ ଗ୍ରୀଷ୍ମ ପ୍ରବାହ ସ୍ଥିତି ଉପୁଜିଥିଲା । ଏଥିସହ ଜୁନରେ କୌଣସି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇନଥିବା ବେଳେ ବର୍ଷାର ପରିମାଣ କମିଛି । ୧୬ ରୁ ୨୮ ତାରିଖ ମଧ୍ୟରେ ରାଜ୍ୟରେ ୧୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ଜୁଲାଇ ପହିଲାରୁ ମୌସୁମୀ ସକ୍ରିୟ ହୋଇ ଭଲ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+