ଆଜିଠୁ ମେଘୁଆ ପାଗ ସହ ବର୍ଷା ସମ୍ଭାବନା

ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର: ପଶ୍ଚିମା ଝଡ଼ ଆଗମନର ଆଶଙ୍କା ତଥା ବଙ୍ଗୋପସାଗରୁ ମଧ୍ୟରୁ ଓଡ଼ିଶାକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାର ଉଷ୍ମ ଜଳୀୟବାଷ୍ପର ପ୍ରଭାବରେ ଆଜିଠୁ ବଦଳିବ ଅଧିକାଂଶ ଜିଲ୍ଲାର ପାଣିପାଗ। ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

weather update

ଆଜି ଉତ୍ତର-ଆଭ୍ୟନ୍ତରୀଣ ଓଡିଶାର ୭ ଜିଲ୍ଲାକୁ ବିଜୁଳି ଘଡଘଡି ପାଇଁ ଚେତାବନୀ ଦେଇଛି । ଆସନ୍ତାକାଲି ୪ତାରିଖରେ ଉତ୍ତର ଓଡିଶାର ୧୩ ଜିଲ୍ଲାରେ ବିଜୁଳି ଘଡଘଡି ଏବଂ ୯ ଜିଲ୍ଲାରେ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି । ତେବେ ରାଜ୍ୟରେ ଶୀତର ପ୍ରକୋପ ଟିକେ କମ୍ ହୋଇଥିବା ପରିଲକ୍ଷିତ ହୋଇଛି ।

ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ କି ଦୁଇଟି ସ୍ଥାନରେ ଘଡ଼ଘଡ଼ି ହେବ ବୋଲି ପୁର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆସନ୍ତାକାଲିଠାରୁ ଉପକୂଳ ଓଡ଼ିଶାର ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆସନ୍ତାକାଲି ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକ ହେଉଛି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ଜିଲ୍ଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+