କମିବ ଶୀତ, ରାଜ୍ୟରେ ୧୦ରୁ ବର୍ଷା !

ଘୂର୍ଣ୍ଣିବଳୟର ପ୍ରଭାବରେ ଆଗାମୀ ୧୦ ତାରିଖ ପରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ଭୁବନେଶ୍ୱର: ପୁଣି ଭିଜିବ ଓଡ଼ିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଉପାନ୍ତରୁ ଉପକୂଳ ସବୁଠି ହେବ ବର୍ଷା । ଆଜି ସକାଳେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୧.୫ କିମି ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ପୂର୍ବ ବଙ୍ଗୋପସାଗରରୁ ଜଳୀୟ ବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି। ତେଣୁ ଆଗାମୀ ତିନି ଦିନ ରାତିର ତାପମାତ୍ରା ଦୁଇରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହାଛଡ଼ା ଘୂର୍ଣ୍ଣିବଳୟର ପ୍ରଭାବରେ ଆଗାମୀ ୧୦ ତାରିଖ ପରେ ବର୍ଷାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

weather report

ବିଶେଷ କରି ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ, ସମ୍ବଲପୁର, ବରଗଡ, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି ଏବଂ ନବରଙ୍ଗପୁରରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୧ ତାରିଖରୁ ୧୪ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ ।

ସେପଟେ ରାତିର ତାପମାତ୍ର କମିଛି। ଯାହାଫଳରେ ଶୀତ କମିଛି। ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରେକର୍ଡ କରାଯାଇଛି। ଉପକୂଳରୁ ଆଭ୍ୟନ୍ତରୀଣ ପର୍ଯ୍ୟନ୍ତ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର କୁହୁଡ଼ି ଅନୁଭୂତ ହୋଇଛି। ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିଛି। ଗତ ୨୪ ଘଣ୍ଟାରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଘଟିନି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+