୧୧ ରୁ ୧୪ ବର୍ଷା ସମ୍ଭାବନା: ଅମଳ ଫସଲକୁ ସୁରକ୍ଷିତ ରଖିବାକୁ ପରାମର୍ଶ ଦେଲେ ଏସଆରସି
୧୧ ରୁ ୧୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣି ପାଗ ବିଭାଗ । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇ ସତର୍କ କରାଯାଇଛି ।
ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ୧୧ ରୁ ୧୪ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣି ପାଗ ବିଭାଗ । ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦେଇ ସତର୍କ କରାଯାଇଛି ।

୧୧ ତାରିଖରେ ଘଡ଼ଘଡ଼ି ସହ ବର୍ଷା ନେଇ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାକୁ ସତର୍କ ସୂଚନା ରହିଛି । ସେହିଭଳି ୧୨ ତାରିଖରେ ଘଡ଼ଘଡ଼ି ବର୍ଷା ଓ କୁଆପଥର ବୃଷ୍ଟି ନେଇ କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, କଟକ, ନୟାଗଡ଼, ଢେଙ୍କାନାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧୩ ତାରିଖରେ ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ବର୍ଷାକୁ ନଜରରେ ରଖି ଅମଳ ଫସଲକୁ ସୁରକ୍ଷିତ ସ୍ଥାନକୁ ନେଇ ସାଇତି ରଖିବାକୁ ପରାମର୍ଶ ଦିଆଯାଇଛି । ସେହିପରି ରବି ଜାତୀୟ ଫସଲ ପାଇଁ ଏବେ ବିହନ ନବୁଣିବାକୁ ପରାମର୍ଶ ଦିଆଯାଇଛି । ଚାଷୀଙ୍କୁ ସୋରିଷ, ବାଦାମ ଭଳି ଫସଲ ଚାଷ ହୋଇଥିବା ଜମିରେ ପାଣି ନମଡାଇବା ପାଇଁ କୁହାଯାଇଛି । ସମସ୍ତ ସ୍ଥିତିର ମୁକାବିଲ ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି ।












Click it and Unblock the Notifications