କାଲିଠୁ ପୁଣି ବର୍ଷାରେ ଭିଜିବ ସାରା ରାଜ୍ୟ, ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆସନ୍ତାକାଲିଠୁ ଅର୍ଥାତ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ଭୁବନେଶ୍ୱର: ଶୀତ ପରେ ବର୍ଷା । ପୁଣି ଶୀତ... ପୁଣି ଏବେ ବର୍ଷା । ରାଜ୍ୟରେ ଏବେ ଚାଲଛି ଶୀତ-ବର୍ଷାର ଲୁଚକାଳି ଖେଳ । କିଛି ଦିନ ଶୀତ ପୁଣି କିଛି ଦିନ ବର୍ଷା । ଇତିମଧ୍ୟରେ ଆସନ୍ତାକାଲିଠୁ ଅର୍ଥାତ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ନେଇ ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏଥିସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ । ୨୨ ତାରିଖରେ ଉତ୍ତର ଓଡ଼ିଶା ସମେତ ବରଗଡ଼, ଝାରସୁଗୁଡ଼ା, ୨୩ରେ କେନ୍ଦ୍ରାପଡ଼ାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।












Click it and Unblock the Notifications