୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି, କୁଆପଥର ସହ ହେବ ବର୍ଷା

ଆଜି ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା, ପବନ ଏବଂ କୁଆପଥର ହେବାର ସମ୍ଭାବନା ରହିଛି । ଆଜି ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

weather report

ଭୁବନେଶ୍ୱର: ଆଜି ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା, ପବନ ଏବଂ କୁଆପଥର ହେବାର ସମ୍ଭାବନା ରହିଛି । ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିପାଗ କେନ୍ଦ୍ର ସୂଚନାଅନୁସାରେ, ଆଜି ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୯ଟି ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନ ରହିଛି । ଏହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ । ଏହି ସମସ୍ତ ଜିଲ୍ଲାରେ କୁଆପଥର ବର୍ଷା ସହ ବିଜୁଳି ଘଡଘଡି ହେବାର ସମ୍ଭବନା ରହିଛି ।

ସେହିପରି କଟକ, ଯାଜପୁର ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କିଛି ଦିନ ହେବ ଆକାଶ ମେଘାଚ୍ଚନ୍ନ ଏବଂ କିଛି କିଛି ସ୍ଥାନରେ ଝିପି ଝିପି ବର୍ଷା ହେବାର ସୂଚନା ରହିଛି ।

ସେହିପରି ୧୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୦ ତାରିଖରେ କାଳବୈଶାଖୀ ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+