୩୦ ପରେ ବଢ଼ିବ ବର୍ଷାର ପରିମାଣ
ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷାର ପ୍ରଭାବ । ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷାର ପ୍ରଭାବ । ଦକ୍ଷିଣ ଛତିଶଗଡ଼ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଜାରି ରହିଛି ବର୍ଷା । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହୋଇପାରେ। ପରବର୍ତୀ ଦୁଇ ଦିନ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଜୁଲାଇ ପହିଲା ତଥା ଶ୍ରୀଗୁଣ୍ଡିଚାରେ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ଅନ୍ୟ ସ୍ଥାନଗୁଡ଼ିକରେ କାଳବୈଶାଖୀ ପ୍ରଭାବରେ ହାଲୁକା ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ ପୂର୍ବାନୁମାନ କରିଛନ୍ତି ।
ତେବେ ୩୦ ତାରିଖ ପରେ ବର୍ଷା ବଢିବାର ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଏକ ଟ୍ରପଲାଇନ ସୃଷ୍ଟି ହୋଇପାରେ । ଏହା ସହିତ ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ବର୍ଷା ପରିମାଣ ବଢାଇବ ।












Click it and Unblock the Notifications