ବଦଳିବ ପାଗ, ଆସନ୍ତାକାଲିଠୁ ୩ ଦିନ ବର୍ଷିବ

ଆସନ୍ତାକାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ସୃଷ୍ଟି ଲଘୁଚାପ କ୍ଷେତ୍ର ବଳୟ ପ୍ରଭାବରେ ଉପକୂଳ ଓଡ଼ିଶା, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟମରୁ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞଙ୍କ ସମେତ ଆଞ୍ଚଳିକ ପାଣିପାଗ ବିଭାଗ ଅନୁମାନ କରିଛି । ଆସନ୍ତାକାଲିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ସାମାନ୍ୟ ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି ।

Weather Update

ଆସନ୍ତାକାଲି ୯ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା । ଏହାପରେ ୨୬ ଓ ୨୭ରେ ବି ଆଭ୍ୟନ୍ତରୀଣ ଓ ଉପକୂଳ ଜିଲ୍ଲାର ଏକାଧିକ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୭ ତାରିଖରେ ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜରେ ଭୀଷଣ ବର୍ଷା ହେବ ବୋଲି ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+