ପ୍ରବଳରୁ ଅତି ପ୍ରବଳ ବର୍ଷିବ: ଆଜି ପାଇଁ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର: ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହୋଇଛି । ଏହା ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଉପକୂଳ ଛୁଇଁବ । ଆଜି ସନ୍ଧ୍ୟାରେ ବାଲେଶ୍ୱର ଓ ସାଗର ଦ୍ୱୀପ ମଧ୍ୟରେ ଅତିକ୍ରମ କରିବ । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

odisha weather report

କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର,ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି,କନ୍ଧମାଳ, ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା, ପୁରୀକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।

ଏହି ଜିଲ୍ଲା ଗୁଡ଼ିକରେ ଅକସ୍ମାତ ବନ୍ୟା, ପାହାଡ଼ି ଅଞ୍ଚଳରେ ଭୂସ୍ଖଳନ ଓ ତଳୁଆ ଅଞ୍ଚଳରେ ପାଣି ଜମିବ। ଏହାସହ କଚ୍ଚା ଘର ଓ ମାଟି ଘର ପ୍ରଭାବିତ ହେବ । ନଦୀ ଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଚାଷୀଭାଇମାନେ ଏହି ସମୟରେ ଜମିରେ କୀଟନାଶକ ଓ ଜଳ ସେଚନ ନ କରିବାକୁ ବାରଣ କରାଯାଇଛି ।

ସେହିପରି ୨୦ ତାରିଖରୁ ୨୧ତାରିଖ ସାଢେ ୮ଟା ଯାଏଁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବେବଗଡ, ସମ୍ବଲପୁର, ବରଗଡ, ସୋନପୁର ଓ ବଲାଙ୍ଗୀର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଓ ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି ।

ସେହିପରି ବାତ୍ୟା ହେବ ନାହିଁ । ଏହା ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବ । ପ୍ରବାହରେ ଆଜି ଉତ୍ତର ଓଡ଼ିଶାରେ ସର୍ବାଧିକ ବର୍ଷା ହେବ । କାଲିଠୁ କମିଯିବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯେ, ଏହି ଅବପାତ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହୋଇ ଆଜି ସନ୍ଧ୍ୟା ସୁଦ୍ଧା ବାଲେଶ୍ୱର ଓ ସାଗର ଦ୍ୱୀପ ଦେଇ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ତେଣୁ ଓଡିଶାରେ ଏବେ କୌଣସି ବାତ୍ୟାରେ ଆଶାଙ୍କା ନାହିଁ । ଏହି ଅବପାତ ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ହେବ । ଏହି ଅବପାତ ବର୍ତ୍ତମାନ ବାଲେଶ୍ୱରଠାରୁ ୨୦୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ୫୫ରୁ ୬୫ କିମି ବେଗରେ ପବନ ବହିବ । ଆଭ୍ୟନ୍ତରୀଣ ଅଞ୍ଚଳରେ ପବନର ବେଗ କମ୍ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+