Weather Report: ଆଜି ଘଡ଼ଘଡି଼ ସହ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Weather Report

Odisha Weather Report: ଆଜି ରାଜ୍ୟରେ ଘଡ଼ଘଡି଼ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ସମଗ୍ର ଉପକୂଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ତେବେ ବର୍ଷା ସହ ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ବିଶେଷ କରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ୧୩ଟି ଜିଲ୍ଲାରେ ଝଡ଼ ବର୍ଷା ହେବ । ଏହି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେପଟେ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୯ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ବିଭିନ୍ନ ସ୍ଥାନ ବିଶେଷ ଭାବେ ଉପକୂଳ ଓଡ଼ିଶାରେ ବର୍ଷା ହେବା ଆଶଙ୍କା ଥିବା ପାଣିପାଗ ବିଭାଗ ଆକଳନ କରିଛି ।

ଆସନ୍ତା ୨୮ ତାରିଖରେ ମଧ୍ୟ କିଛି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗତକାଲି ଦିନ ସମୟରେ ଟାଣ ଖରା ଅନୁଭୂତ ହୋଇଥିଲ । କିନ୍ତୁ ଅପରାହ୍ନ ଆଡ଼କୁ ପାଗ ବଦଳି ଯାଇଥିଲା । ରାଜଧାନୀ ସମେତ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇଥିଲା । କିଛି ସ୍ଥାନରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+