ପଶ୍ଚିମା ଝଡ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

Odisha Weather Report

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଜାରି ରହିଛି । ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ଓ ଆସନ୍ତାକାଲି ସହିତ ୩୦, ୩୧ ଏବଂ ଅପ୍ରେଲ ୧ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୧୦ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ଆସନ୍ତାକାଲି ୧୦ ଜିଲ୍ଲାକୁ ସତର୍କତା ଜାରି ହୋଇଛି । ସେହିପରି ମାର୍ଚ୍ଚ ୩୦ ଓ ୩୧ ତାରିଖରେ ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୩୦ ରେ ୧୪ଟି ଜିଲ୍ଲାରେ ବର୍ଷା ପବନ ନେଇ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆଜି ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ ଓ ଯାଜପୁର ଆଦି ୧୦ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ପବନର ‌ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ । ୩୦ ତାରିଖ ଦିନ ପୁଣି ପଶ୍ଚିମ‌ା ଝଡ଼ ପ୍ରଭାବରେ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ ବର୍ଷା ହେବ ଓ ପବନର ବେଗ ୩୦ରୁ ୪୦ କିମି ରହିବ। ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୋନପୁର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ସେହିପରି ୩୧ ତାରିଖ ଦିନ ରାଜ୍ୟର ପ୍ରାୟ ସମସ୍ତ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷିବ। କଟକ, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ବେଳେ ୭୦ରୁ ୧୧୦ ମିମି ଯାଏ ବର୍ଷା ସମ୍ଭାବନା ରହିଛି । ସେହିଭଳି ଉତ୍ତର ଉପକୂଳ ଓଡ଼ିଶାର ୬ ଯଥା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କନାଳ, ଖୋର୍ଦ୍ଧା ଓ ‌ବୌଦ୍ଧ ଜିଲ୍ଲାରେ ଝଡ଼, ପବନ ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+