ପ୍ରବଳ ବର୍ଷା ପାଇଁ ଆଜି ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ

୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ସବୁ ଜିଲ୍ଲା ଗୁଡିକ ହେଲା- ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, ଗଜପତି, କୋରାପୁଟ ଓ ମାଲକାନଗିରି ।

ଭୁବନେଶ୍ୱର: ଆଜି ପଶ୍ଚିମ ଓ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ସବୁ ଜିଲ୍ଲା ଗୁଡିକ ହେଲା- ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, ଗଜପତି, କୋରାପୁଟ ଓ ମାଲକାନଗିରି ।

Weather Report

ମୌସୁମୀ ଟ୍ରଫ୍‌ ଲାଇନ ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟକୁ ଅତିକ୍ରମ କରି ଝାରସୁଗୁଡା, ଗୋପାଳପୁର ଉପର ଦେଇ ୱେଲ୍‌ ମାର୍କିତ ଲୋ ପ୍ରେସର ଏରିଆର କେନ୍ଦ୍ର ଦେଇ ଗତି କରୁଛି। ଏଥିସହ ଦକ୍ଷିଣ ଓଡ଼ିଶା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଅବସ୍ଥିତ ରହି ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ତେବେ ଆସନ୍ତାକାଲି ଅର୍ଥାତ ୮ ତାରିଖ ଓ ୯ ତାରିଖରେ ଉପକୂଳ ଓଡ଼ିଶା ସମେତ ସୋନପୁର, ବଲାଙ୍ଗୀର, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ପରବର୍ତ୍ତୀ ସମୟରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+