କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ତାତିରୁ ମିଳିବ ତ୍ରାହି । ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ଆଗାମୀ ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ ଏହି ଜି୍ଲ୍ଲା ଗୁଡିକ ହେଉଛି କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା । କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ ।
ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।
ଗତ ୨୪ ଘଣ୍ଟାରେ ସୋନପୁର ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୪୨.୫ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା । ପାଣିପାଗ ବିଭାଗର ସୂଚନା ଅନୁସାରେ, ରାଜ୍ୟରେ ପୁଣି ବଢ଼ିବ ତାତି । ଆଗାମୀ ୨୪ ଘଣ୍ଟା ପରେ ଅନେକ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ପାଇପାରେ । ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ ପାରଦ ୪୦ ଡିଗ୍ରୀ ରେକର୍ଡ କରାଯାଇଛି ।












Click it and Unblock the Notifications