ଦୁଇ ଦିନ ପ୍ରବଳ ବର୍ଷା, ୨୨ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ
ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ଆଜିଠାରୁ ୨ ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ବିଶେଷ କରି ୨୨ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାଣ୍ଣିଂ ଜାରି କରାଯାଇଛି । ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହି ୬ଟି ଜିଲ୍ଲା ହେଉଛି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଏବଂ ପୁରୀ । ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ବର୍ଷାର ପରିମାଣ ବଢିବ । ଦକ୍ଷିଣ ଓଡିଶାରେ ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦କିଲୋମିଟର ରହିପାରେ ।
ସେହିପରି ସମୁଦ୍ର ଅଶାନ୍ତ ହେବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।












Click it and Unblock the Notifications