ପ୍ରବଳ ବର୍ଷା ପାଇଁ ଆଜି ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଭୁବନେଶ୍ୱର: ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ପୂର୍ବ-ପଶ୍ଚିମ ଟ୍ରଫ୍ ଲାଇନ୍ ଓଡ଼ିଶା ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସକ୍ରିୟ ରହିଛି । ଏହା ପ୍ରଭାବରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ସେପଟେ ସର୍ତକ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଆଜି ଅଧିକାଂଶ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।












Click it and Unblock the Notifications