ରାଜ୍ୟରେ ବଢ଼ିବ ତାତି: ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ
ମାଘ ଯାଉ ଯାଉ ମାଡ଼ି ଆସିଲାଣି ତାତି। ଗରମରେ ଆଉଟୁ ପାଉଟୁ ରାଜ୍ୟବାସୀ। ଉପକୂଳରେ ଉପରମୁହାଁ ପାରଦ। ଆଜିଠାରୁ ରାଜ୍ୟରେ ଅହେତୁକ ଭାବରେ ବଢିବ ତାତି।
ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଚଳିତବର୍ଷ ପ୍ରଥମ ଥର ପାଇଁ ଗତକାଲି ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ ଟପିଛି ରାଜଧାନୀ ଭୁବନେଶ୍ବର। ଗତକାଲି ୩୫.୯ ଡିଗ୍ରୀ ସହ ଉତ୍ତପ୍ତ ସହର ପାଲଟିଥିଲା ଅନୁଗୁଳ। ଉପକୂଳ ଓଡ଼ିଶା ସମେତ ଅନୁଗୁଳ ଏବଂ ଢେଙ୍କାନାଳରେ ତାତି ଅସମ୍ଭାଳ ହୋଇଥିବା ବେଳେ ଆସନ୍ତା ୧୯ ତାରିଖ ମଧ୍ୟରେ ସାଂଘାତିକ ତାତି ଅନୁଭୁତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ତାତି ବୃଦ୍ଧି ପାଉଛି। ଏହାସହ ରାଜ୍ୟକୁ ସାମୁଦ୍ରିକ ପବନ ପ୍ରବାହରେ ବ୍ରେକ୍ ଲାଗିଛି। ତେବେ ତାତି ସହ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର ।












Click it and Unblock the Notifications