Odisha Weather: ରାଜ୍ୟରେ ଆଜିଠୁ କମିବ ତାତି

ରାଜ୍ୟରେ ଆଜିଠୁ ତାତି କମିବ । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ନେଇ ସୂଚନା ମିଳିଛି ।

ରବିବାର ୮ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା । ୪୧.୮ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସ୍ଥାନ ପାଲଟିଥିଲା। ସେପଟେ ଆସନ୍ତା ୨ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨ରୁ ୫ ତାରିଖ ଯାଏ ଦକ୍ଷିଣ ଓଡିଶାର ବିଭିନ୍ନ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather Temperatures to drop in the state from today

୨ ତାରିଖରେ କୋରାପୁଟ ଏବଂ ମାଲକାନଗିରିର କିଛି ସ୍ଥାନରେ ସ୍ଵଳ୍ପ ବର୍ଷା ହୋଇପାରେ । ସେହିପରି ୩ ତାରିଖରେ କୋରାପୁଟ , ମାଲକାନଗିରି, ରାୟଗଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାରେ ସ୍ଵଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖରେ କୋରାପୁଟ, ମାଲକାନଗିରି , ରାୟଗଡା, ନବରଙ୍ଗପୁର , କଳାହାଣ୍ଡି ଏବଂ ଗଜପତି ଜିଲ୍ଲାରେ ବର୍ଷା ହେବ। ୫ ତାରିଖରେ ଦକ୍ଷିଣ ଓଡିଶା ସମେତ ଉପକୂଳ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+