Odisha Weather: ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ। ଆସନ୍ତା ୩ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

୯ ତାରିଖରେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ହାଲୁକା କୁହୁଡି ନେଇ ସତର୍କତା ଜାରି କରାଯାଇଛି। ବିଶେଷ କରି ରାତି ୨ ଟାରୁ ସକାଳ ୧୦ ପର୍ଯ୍ୟନ୍ତ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ସତର୍କ କରାଯାଇଛି। ବର୍ତ୍ତମାନ ସାରା ରାଜ୍ୟରେ ଶୁଖିଲା ପାଗ ରହିଥିବା ବେଳେ ୭ଦିନ ଯାଏଁ ଏଭଳି ପାଗ ଲାଗି ରହିବ । ଉତ୍ତର-ପୂର୍ବ ଭାରତରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ଫଳରେ ଶୀତ ଲହରୀ ଜାରି ରହିଛି ।

Odisha Weather

ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+