Odisha Weather: ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ

ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ସର୍ବାଧିକ ବର୍ଷା ଗଞ୍ଜାମ ଜିଲ୍ଲା ଆସ୍କାରେ ୯୦ ମିଲିମିଟର ରେକର୍ଡ ହୋଇଛି। ସମୁଦ୍ର ମଧ୍ୟରେ ବର୍ତମାନ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏହା ଫଳରେ ବାଂଲାଦେଶ ସହ ପଶ୍ଚିମବଙ୍ଗ ଓ ତତ୍‍ସଂଲଗ୍ନ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ରହିଛି ।

Odisha Weather

ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ବାରଣ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ବିଜୁଳି ଘଡଘଡି ସହ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ସେହିଭଳି ଆସନ୍ତାକାଲି ମଧ୍ୟ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ଏବଂ ୩୦ ରୁ ୪୦ କିଲୋମିଟର ପ୍ରତି ଘଣ୍ଟା ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

ଆଜି ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦-୪୦କିଲୋମିଟର ପର୍ଯ୍ୟନ୍ତ ପବନ ବହିବାର ସମ୍ଭାବନା ରହିଛି ।

ସେହିପରି ଆସନ୍ତାକାଲି ବି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ବହିବା ନେଇ ସମ୍ଭାବନା ରହିଛି । ପୁଣି ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର I

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+