ମେ'୧ ଯାଏ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ବର୍ଷା
Odisha Weather: ରାଜ୍ୟରେ ଖରାରୁ ମିଳିବ ତ୍ରାହି । ମେ'୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଜି ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପରି ବର୍ଷା ସମୟରେ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି।

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଲା, ଭଦ୍ରକ, ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ବରଗଡ଼ । ସେହିପରି ଅନ୍ୟ ୨୧ ଜିଲ୍ଲାକୁ ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ମଧ୍ୟ କାଳବୈଶାଖୀ ନେଇ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ବଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।












Click it and Unblock the Notifications