Odisha Weather: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ସମ୍ଭାବନା

ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲିଠୁ ୪ ଦିନ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

Odisha Weather Thunderstorms likely in the state for the next 4 days

ସେହିଭଳି ୧୬ ତାରିଖରେ ୨୧ ଜିଲ୍ଲା ଏବଂ ୧୭ରେ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ତାରିଖରେ ୧୭ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ପ୍ରବଳ ବର୍ଷା ବି ହୋଇପାରେ ।ପାଣିପାଗ ବିଭାଗର ଆକଳନ ଅନୁସାରେ, ପଶ୍ଚିମ ଓଡ଼ିଶାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ୧୯ ତାରିଖରୁ ରାଜ୍ୟରେ ପାଗ ଶୁଖିଲା ରହିବ । ସେହିପରି ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+