ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
Odisha Weather: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ଏହା ଉତ୍ତର ପଶ୍ଚିମ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଆଜି ପୁରୀ ନିକଟସ୍ଥ ଉପକୂଳ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଯାହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୩ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ଏବଂ ଏହା ସଂଲଗ୍ନ ଉତ୍ତର ବଙ୍ଗୋପସାଗରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ପହିବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ଯେଉଁଥି ପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।

ଲଗାଣ ବର୍ଷା ଯୋଗୁଁ ବନ୍ୟା ସ୍ଥିତି ଉପରେ ନଜର ରଖିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଖାସ୍ କରି ମାଲକାନଗିରିରେ ଅନେକ ସ୍ଥାନରେ ରାସ୍ତା ଉପରେ ଜଳ ପ୍ରଭାବିତ ହେଉଛି । ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ପାଇଁ ମଧ୍ୟ ଜିଲ୍ଲାପାଳଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications