ପ୍ରବଳ ବର୍ଷା ସମ୍ଭାବନା! ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ
Odisha Weather News: ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ତ ମୁହାଁ ହେବା ନେଇ ସୂଚନା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏପରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ଶୁକ୍ରବାର ପାଇଁ ୨୨ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ପ୍ରବଳ ବର୍ଷା ନେଇ ରାଜ୍ୟରେ ଅନେକ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ଯାଜପୁର, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲା ରହିଛି।
ସେହିପରି ୧୦ ଜିଲ୍ଲା ବରଗଡ଼, ସମ୍ବଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, କଟକ, ଜଗତ୍ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।












Click it and Unblock the Notifications