ଆସନ୍ତା ଦୁଇ ସପ୍ତାହରେ ବଙ୍ଗୋପସାଗରରେ ଦୁଇ ଲଘୁଚାପ

ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଥିବାରୁ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏଆସନ୍ତା ଅକ୍ଟୋବର ୯ ତାରିଖ ତଥା କୁମାର ପୂର୍ଣ୍ଣିମା ଯାଏ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍

ଭୁବନେଶ୍ୱର: ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଥିବାରୁ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏଆସନ୍ତା ଅକ୍ଟୋବର ୯ ତାରିଖ ତଥା କୁମାର ପୂର୍ଣ୍ଣିମା ଯାଏ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Low Pressure

ଆସନ୍ତା ୨୮ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରଭାବରେ ୨୯ରୁ ୪ ତାରିଖ ମଧ୍ୟରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡିଶାରେ ହୋଇପାରେ ପ୍ରବଳ ବର୍ଷା । ଉପାନ୍ତରୁ ଉପକୂଳ ସବୁଠି ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳର ଏଥର ବର୍ଷାରେ ଧୋଇଯାଇପାରେ ଦଶହରା ।

ଅନ୍ୟପଟେ ଆସନ୍ତା ୨ଦିନ ଯାଏ ଅପରାହ୍ମରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ୧୯ ଜିଲ୍ଲାକୁ ବଜ୍ରପାତ ପାଇଁ ଜାରି ହୋଇଛି ସତର୍କତା । କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+