୩ ଦିନ ପର୍ଯ୍ୟନ୍ତ ଲଗାଣ ବର୍ଷା
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଘନୀଭୂତ ଲଘୁଚାପ ବଳୟରେ ଶନିବାର ଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି।
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଘନୀଭୂତ ଲଘୁଚାପ ବଳୟରେ ଶନିବାର ଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଯାଇଛି। ଏହାର ପ୍ରଭାବରେ ରବିବାର ମଧ୍ୟ ଅଧିକାଂଶ ଜିଲ୍ଲାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ତେବେ ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ଏହି ୨ଟି ଲଘୁଚାପ ପ୍ରଭାବରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଏବଂ ନୟାଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ । ପ୍ରବଳ ବର୍ଷା ଏବଂ ପବନ ପାଇଁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି ।












Click it and Unblock the Notifications