ଆସନ୍ତା ଦୁଇ ଦିନ ଖୁବ ବର୍ଷିବ, ଏହି ସବୁ ସ୍ଥାନରେ କାଳବୈଶାଖୀ ବର୍ଷାର ସମ୍ଭାବନା
ଭୁବନେଶ୍ବର: ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବର ସମ୍ଭାବାନା ରହିଛି । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଶନିବାର ଅପରାହ୍ଣରେ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିବାରୁ ସଂଧ୍ୟାରେ ପାଗ ଥଣ୍ଡା ରହିଥିଲା । ଫଳରେ ଆସନ୍ତା ୨ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଏମିତି କାଳବୈଶାଖୀ ହେବ ।

ଆସନ୍ତାକାଲି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କୋରାପୁଟ, ଗଜପତି ଓ କନ୍ଧମାଳ ଆଦି ଜିଲ୍ଲାରେ ଅପରାହ୍ଣରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ଏହି ସମୟ ମଧ୍ୟରେ ରାଜ୍ୟର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ପାରଦ ୪୦ ଡିଗ୍ରି ଉପରେ ମଧ୍ୟ ରହିବ। ପୁଣି ୩୧ ତାରିଖରୁ ଗ୍ରୀଷ୍ମ ଲହରି ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।


Click it and Unblock the Notifications