ସୃଷ୍ଟି ହେଲା ଗଭୀର ଅବପାତ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ସୃଷ୍ଟି ହେଲା ଗଭୀର ଅବପାତ,
ଭୁବନେଶ୍ୱର: ବଙ୍ଗୋପସାଗରରେ ଗତକାଲି ସୃଷ୍ଟି ହୋଇଥିବା ଅବପାତ ଆଜି ଗଭୀର ଅବପାତରେ ପରିଣତ ହୋଇ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଘଣ୍ଟା ପ୍ରତି ୧୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତିକରୁଛି । ଆସନ୍ତା ୧୨ ଘଣ୍ଟାରେ ଏହା ବାତ୍ୟାରେ ପରିଣତ ହେବ। ପରେ ଏହା ମୋଡ଼ ବଦଳାଇ ଉତ୍ତର ପୂର୍ବ ଦିଗରେ ଗତିକରି ବାଂଲାଦେଶ ଉପକୂଳ ଅତିକ୍ରମ କରିବ ।

ଆସନ୍ତା ୨୫ ତାରଖର ତିନ୍କୋନା ଓ ସାନଦୀପ ଅଞ୍ଚଳରେ ଏହା ଉପକୂଳ ଅତିକ୍ରମ କରିପାରେ । ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡ଼ା, ଜଗତସିଂହପୁର, ଯାଜପୁର, ଓ କଟକ । ସେହିପରି ଆଜି ଜଗତସିଂହପୁର, ପୁରୀ, କେନ୍ଦ୍ରପଡ଼ା ଜିଲ୍ଲାରେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଜି ପାଇଁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣି ପାଗ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ସାମୁଦ୍ରିକ ବନ୍ଦର ଗୋପାଳପୁର, ପାରାଦ୍ୱୀପ, ପୁରୀ ଏବଂ ଧାମରା ବନ୍ଦର ପାଇଁ ବିପଦ ସଂକେତ-୩ ଜାରି କରାଯାଇଛି । ଆଜି ରାତିରୁ ଉପକୂଳରେ ବର୍ଷା ଆରମ୍ଭ ହୋଇଯଆଇଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲି ଦୀପାବଳିରେ ଉପକୂଳରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ଉତ୍ତର-ଉପକୂଳରେ ସାମାନ୍ୟ ଅଧିକ ପ୍ରଭାବ ବର୍ଷାର ହେବାର ସମ୍ଭାବନା ରହିଛି ।












Click it and Unblock the Notifications